Skip to content
The Believer's Library

Indian Revised Version(IRV) Odia - 2021

Zechariah 1 IRVOry

Show IRVOry only
Verse × ×
1 In Darius's second year, eighth month, our Father's word came to Zechariah son of Berechiah, son of Iddo the prophet: ଦାରୀୟାବସର ରାଜତ୍ଵର ଦ୍ୱିତୀୟ ବର୍ଷର ଅଷ୍ଟମ ମାସରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
2 Our Father was very angry with your ancestors. “ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କ ପ୍ରତି ଅତିଶୟ ବିରକ୍ତ ହୋଇଥିଲେ।
3 So tell them: This is what the Father of heaven's armies says: Return to me, declares the Father of heaven's armies, and I will return to you. So says the Father of heaven's armies. ଏଥିପାଇଁ ତୁମ୍ଭେ ଏହି ଲୋକମାନଙ୍କୁ କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭ ପ୍ରତି ଫେର, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତହିଁରେ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
4 Do not be like your ancestors. To them the earlier prophets proclaimed: This is what the Father of heaven's armies says: Turn now from your evil ways and evil deeds. But they would not listen or heed me, declares our Father. ତୁମ୍ଭେମାନେ ଆପଣାମାନଙ୍କର ପୂର୍ବପୁରୁଷଗଣର ତୁଲ୍ୟ ହୁଅ ନାହିଁ, ଯେଉଁମାନଙ୍କୁ ଡାକି ପୂର୍ବକାଳର ଭବିଷ୍ୟଦ୍‍ବକ୍ତାମାନେ ଉଚ୍ଚସ୍ୱରରେ କହିଲେ, ‘ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆପଣା ଆପଣା କୁପଥରୁ ଓ ଆପଣା ଆପଣା କୁକ୍ରିୟାରୁ ଏବେ ଫେର।’ ମାତ୍ର ସେମାନେ ଶୁଣିଲେ ନାହିଁ, କିଅବା ଆମ୍ଭ ପ୍ରତି କର୍ଣ୍ଣପାତ କଲେ ନାହିଁ, ଏହା ସଦାପ୍ରଭୁ କହନ୍ତି।
5 Your ancestors—where are they now? And the prophets, do they live forever? ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?
6 But my words and decrees, which I commanded my servants the prophets—did they not overtake your ancestors? Then they turned back and said, 'Just as the Father of heaven's armies planned to do to us, matching our ways and deeds, so he has dealt with us.' ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”
7 On the twenty-fourth day of the eleventh month, Shebat, in Darius's second year, the word of our Father came to Zechariah son of Berechiah, son of Iddo the prophet: ଦାରୀୟାବସର ଦ୍ୱିତୀୟ ବର୍ଷ ଏଗାରତମ ମାସର, ଅର୍ଥାତ୍‍, ଶବାଟ ମାସର ଚବିଶତମ ଦିନରେ ଇଦ୍ଦୋଙ୍କ ପୌତ୍ର ବେରିଖୀୟଙ୍କ ପୁତ୍ର ଯିଖରୀୟ ଭବିଷ୍ୟଦ୍‍ବକ୍ତାଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା,
8 During the night I had a vision—and there before me was a man riding a red horse, standing among the myrtle trees in a ravine, and behind him were red, brown, and white horses. “ମୁଁ ରାତ୍ରିକାଳରେ ଦେଖିଲି, ଆଉ ଦେଖ, ରକ୍ତବର୍ଣ୍ଣ ଅଶ୍ୱାରୋହୀ ଏକ ପୁରୁଷ ଓ ସେ ନିମ୍ନ ଭୂମିସ୍ଥ ମେହେନ୍ଦି ବୃକ୍ଷମାନର ମଧ୍ୟରେ ଠିଆ ହେଲେ; ଆଉ, ତାଙ୍କ ପଛରେ ରକ୍ତବର୍ଣ୍ଣ, ପାଣ୍ଡୁରବର୍ଣ୍ଣ ଓ ଶୁକ୍ଳବର୍ଣ୍ଣ ଅଶ୍ୱଗଣ ଥିଲେ।
9 I asked, 'What are these, my lord?' The angel talking with me said, 'I will show you what they are.' ଏଥିରେ ମୁଁ କହିଲି, ‘ହେ ମହାଶୟ, ଏସବୁ କଅଣ?’ ତହିଁରେ ମୋʼ ସଙ୍ଗରେ କଥା କହୁଥିବା ଦୂତ ମୋତେ କହିଲେ, ‘ଏସବୁ କଅଣ, ଏହା ଆମ୍ଭେ ତୁମ୍ଭଙ୍କୁ ଜଣାଇବା।’
10 The man among the myrtle trees answered, 'These are the ones our Father sent to patrol the earth.' ଏଥିରେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ପୁରୁଷ ଉତ୍ତର କରି କହିଲେ, ‘ପୃଥିବୀରେ ଏଣେତେଣେ ଗମନାଗମନ କରିବା ପାଇଁ ସଦାପ୍ରଭୁ ଏମାନଙ୍କୁ ପଠାଇଅଛନ୍ତି।’
11 They reported to the messenger of our Father standing among the myrtle trees, 'We have patrolled the earth; the whole earth sits at rest and peace.' ସେତେବେଳେ ସେମାନେ ମେହେନ୍ଦି ବୃକ୍ଷ ମଧ୍ୟରେ ଠିଆ ହୋଇଥିବା ସଦାପ୍ରଭୁଙ୍କ ଦୂତକୁ ଉତ୍ତର କରି କହିଲେ, ‘ଆମ୍ଭେମାନେ ପୃଥିବୀର ଏଣେତେଣେ ଗମନାଗମନ କରିଅଛୁ, ଆଉ ଦେଖ, ସମୁଦାୟ ପୃଥିବୀ ସୁସ୍ଥିର ହୋଇ ବସିଅଛି ଓ ବିଶ୍ରାମରେ ଅଛି।’
12 Then the messenger of our Father said, 'Father of heaven's armies, how long will you hold back mercy from Jerusalem and Judah's cities, angry with them these seventy years?' ତହିଁରେ ସଦାପ୍ରଭୁଙ୍କ ଦୂତ ଉତ୍ତର କରି କହିଲେ, ‘ହେ ସୈନ୍ୟାଧିପତି ସଦାପ୍ରଭୁ, ଏହି ସତୁରି ବର୍ଷସାରା ତୁମ୍ଭେ ଯେଉଁମାନଙ୍କ ଉପରେ ବିରକ୍ତ ହୋଇ ଆସିଅଛ, ସେହି ଯିରୂଶାଲମ ଓ ଯିହୁଦାର ନଗରସମୂହ ପ୍ରତି ଆଉ କେତେ ସମୟ ଦୟା କରିବ ନାହିଁ?’
13 So our Father spoke kind and comforting words to the angel who was talking with me. ପୁଣି, ମୋʼ ସହିତ କଥା କହୁଥିବା ଦୂତକୁ ସଦାପ୍ରଭୁ ଉତ୍ତର କରି ମଙ୍ଗଳ କଥା ଓ ନାନା ସାନ୍ତ୍ୱନାଦାୟକ କଥା କହିଲେ।
14 Then the angel talking with me said, 'Proclaim: This is what the Father of heaven's armies says: I am very jealous for Jerusalem and Zion,' ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତ ମୋତେ କହିଲେ, ତୁମ୍ଭେ ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଆମ୍ଭେ ଯିରୂଶାଲମ ଓ ସିୟୋନ ପକ୍ଷରେ ମହା ଈର୍ଷାରେ ଈର୍ଷାନ୍ୱିତ ଅଛୁ।
15 but I am very angry with the secure nations; I was only a little angry, but they added to the harm. ଆଉ, ଯେଉଁ ଗୋଷ୍ଠୀଗଣ ନିଶ୍ଚିନ୍ତରେ ଅଛନ୍ତି, ସେମାନଙ୍କ ପ୍ରତି ଆମ୍ଭେ ଅତ୍ୟନ୍ତ ବିରକ୍ତ ଅଟୁ; କାରଣ ଆମ୍ଭେ ଅଳ୍ପମାତ୍ର ବିରକ୍ତ ହୁଅନ୍ତେ, ସେମାନେ କ୍ଳେଶକୁ ବୃଦ୍ଧି କଲେ।
16 So our Father says: I will return to Jerusalem with mercy; there my house will be rebuilt, declares the Father of heaven's armies, and the measuring line will be stretched over Jerusalem. ଏଥିପାଇଁ ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଦୟା ସହିତ ଯିରୂଶାଲମ ପ୍ରତି ଫେରିବୁ; ତହିଁ ମଧ୍ୟରେ ଆମ୍ଭ ଗୃହ ନିର୍ମିତ ହେବ ଓ ଯିରୂଶାଲମ ସୂତା ଦ୍ୱାରା ମପା ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
17 Proclaim further: So says the Father of heaven's armies: My cities will again overflow with prosperity; our Father will again comfort Zion and again choose Jerusalem. ‘ଆହୁରି ଘୋଷଣା କରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ସମୃଦ୍ଧି ହେତୁ ଆମ୍ଭର ନଗରସକଳ ଚତୁର୍ଦ୍ଦିଗରେ ପୁନର୍ବାର ବିସ୍ତୀର୍ଣ୍ଣ ହେବ; ସଦାପ୍ରଭୁ ପୁନର୍ବାର ସିୟୋନକୁ ସାନ୍ତ୍ୱନା କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।’”
18 Then I looked up, and there before me were four horns. ଏଥିଉତ୍ତାରେ ମୁଁ ଚକ୍ଷୁ ଖୋଲି ଅନାଇଲି, ଆଉ ଚାରି ଶୃଙ୍ଗ ଦେଖିଲି।
19 I asked the angel talking with me, 'What are these?' He said, 'These are the horns that scattered Judah, Israel, and Jerusalem.' ତହିଁରେ ମୋʼ ସଙ୍ଗେ କଥା କହୁଥିବା ଦୂତଙ୍କୁ ମୁଁ କହିଲି, “ଏହିସବୁ କଅଣ?” ତହୁଁ ସେ ମୋତେ ଉତ୍ତର କଲେ, “ଏହିସବୁ ଶୃଙ୍ଗ ଯିହୁଦା, ଇସ୍ରାଏଲ ଓ ଯିରୂଶାଲମକୁ ଛିନ୍ନଭିନ୍ନ କରିଅଛନ୍ତି।”
20 Then our Father showed me four craftsmen. ପୁଣି, ସଦାପ୍ରଭୁ ମୋତେ ଚାରି ଜଣ କମାର ଦେଖାଇଲେ।
21 I asked, 'What are these coming to do?' He said, 'These horns scattered Judah so no one could lift his head; but these craftsmen came to terrify them and throw down the horns the nations raised against Judah's land to scatter it.' ତେବେ ମୁଁ କହିଲି, “ଏମାନେ କଅଣ କରିବା ପାଇଁ ଆସିଅଛନ୍ତି?” ତହିଁରେ ସେ କହିଲେ, “ସେହି ଶୃଙ୍ଗସକଳ ଯିହୁଦାକୁ ଏପରି ଛିନ୍ନଭିନ୍ନ କଲେ ଯେ, କୌଣସି ମନୁଷ୍ୟ ଆପଣା ମସ୍ତକ ଉଠାଇ ପାରିଲା ନାହିଁ; ମାତ୍ର ଯେଉଁ ଗୋଷ୍ଠୀଗଣ ଯିହୁଦା ଦେଶକୁ ଛିନ୍ନଭିନ୍ନ କରିବା ପାଇଁ ତାହା ବିରୁଦ୍ଧରେ ଆପଣା ଆପଣା ଶୃଙ୍ଗ ଉଠାଇଲେ, ସେମାନଙ୍କୁ ଭୟ ଦେଖାଇବା ପାଇଁ ଓ ସେମାନଙ୍କର ଶୃଙ୍ଗ ଭାଙ୍ଗି ପକାଇବା ପାଇଁ ଏମାନେ ଆସିଅଛନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]