Skip to content
The Believer's Library

Indian Revised Version(IRV) Odia - 2021

Zechariah 2 IRVOry

Side by side with the Father's Heart Bible™

ଦର୍ଶନ - ପରିମାପକ ରଜ୍ଜୁ

1ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି। 2ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।” 3ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, 4ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।

5କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବାଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”

6“ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି।କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।

7ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।

8କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି;କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।

9ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।

10ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କରକାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।

11ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ;ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।

12ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।

13ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]