Skip to content
The Believer's Library

Indian Revised Version(IRV) Odia - 2021

Zechariah 2 IRVOry

Show IRVOry only
Verse × ×
1 Then I looked up and saw a man with a measuring line in his hand. ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି।
2 I asked, "Where are you going?" He said to me, "To measure Jerusalem, to see how wide and how long it is." ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।”
3 The angel speaking with me left, and another angel came out to meet him, ଆଉ ଦେଖ, ମୋʼ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ,
4 and said to him, "Run, tell this young man: 'Jerusalem will settle like open country, with so many people and livestock in her.' ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବା ଲୋକକୁ କୁହ ‘ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି ସ୍ଥାନ ହେବ।
5 I myself will be a wall of fire around her, declares our Father, and I will be the glory within her.'" କାରଣ ସଦାପ୍ରଭୁ କହନ୍ତି, ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀର ସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମା ସ୍ୱରୂପ ହେବା।’”
6 "Come! Come! Flee from the land of the north, declares our Father, for I scattered you like the four winds of heaven, declares our Father. “ଆହେ, ଆହେ, ଉତ୍ତର ଦେଶରୁ ପଳାଅ, ଏହା ସଦାପ୍ରଭୁ କହନ୍ତି। କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ, ଏହା ସଦାପ୍ରଭୁ କହନ୍ତି।
7 Come, Zion! Escape, you who live with the daughter of Babylon. ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।
8 This is what the Father of heaven's armies says—after his glory sent me against the nations who plundered you: whoever touches you touches the apple of his eye: କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋʼ ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।
9 For look, I will wave my hand over them, and they will become plunder for those who served them. Then you will know the Father of heaven's armies sent me. ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ।
10 Sing and rejoice, daughter of Zion! For look, I am coming to live among you, declares our Father. ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା, ଏହା ସଦାପ୍ରଭୁ କହନ୍ତି।
11 "Many nations will join our Father that day and become my children. I will live among you, and you will know the Father of heaven's armies sent me to you. ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ, ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
12 And our Father will claim Judah as his portion in the holy land, and again choose Jerusalem. ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ।
13 Be silent, all flesh, before our Father, for he stirs himself from his holy dwelling." ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]