Skip to content
The Believer's Library

Indian Revised Version(IRV) Odia - 2021

Zechariah 3 IRVOry

Show IRVOry only
Verse × ×
1 Then he showed me Joshua the high priest standing before the messenger of our Father, with the Accuser at his right hand to accuse him. ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ।
2 And our Father said to the Accuser, "May he rebuke you, Accuser! May he who has chosen Jerusalem rebuke you! Is this man not a burning stick snatched from the fire?" ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?”
3 Now Joshua was dressed in filthy garments as he stood before the messenger. ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ।
4 He said to those standing before him, "Remove his filthy clothes." Then to Joshua: "See, I've taken your guilt away, and I'll dress you in fine robes." ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।”
5 Then I said, "Put a clean turban on his head." So they put it on his head and dressed him, while the messenger of our Father stood by. ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡ଼ି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡ଼ି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ।
6 Then the messenger of our Father solemnly charged Joshua: ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ,
7 "This is what the Father of heaven's armies says: If you walk in my ways and keep my requirements, you will govern my house and oversee my courts, and I will give you a place among these standing here. “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।
8 Listen now, Joshua the high priest, you and your companions seated before you, for they are men who are a sign: I am about to bring my servant, the Branch. ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା।
9 Look at the stone I set before Joshua: seven eyes on that one stone. I will engrave its inscription, declares the Father of heaven's armies, and I will remove this land's guilt in one day. କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା।
10 In that day, declares the Father of heaven's armies, each will invite his neighbor under his vine and under his fig tree." ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରିବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]