Skip to content
The Believer's Library

Indian Revised Version(IRV) Odia - 2021

Zechariah 4 IRVOry

Show IRVOry only
Verse × ×
1 Then the angel who talked with me returned and woke me, like someone woken from sleep. ଏଉତ୍ତାରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ଆସି ମୋତେ ନିଦ୍ରାରୁ ଉଠିଥିବା ମନୁଷ୍ୟ ପରି ଜଗାଇଲେ।
2 He asked, "What do you see?" I said, "A gold lampstand, a bowl on top, seven lamps, seven spouts for each lamp on top. ପୁଣି, ସେ ମୋତେ କହିଲେ, “ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ମୁଁ ଦେଖିଅଛି, ଆଉ ଦେଖ, ସମ୍ପୂର୍ଣ୍ଣ ସୁବର୍ଣ୍ଣମୟ ଏକ ଦୀପବୃକ୍ଷ, ତହିଁର ଉପରେ ତୈଳାଧାର ଓ ତହିଁ ଉପରେ ସାତ ପ୍ରଦୀପ ଅଛି ଓ ତହିଁର ଉପରି ଭାଗରେ ପ୍ରତ୍ୟେକ ପ୍ରଦୀପର ନିମନ୍ତେ ସାତୋଟି ନଳ ଅଛି।
3 Two olive trees stand by it, one on the bowl's right, the other on its left." ଆଉ, ତହିଁର ନିକଟରେ ଦୁଇ ଜୀତବୃକ୍ଷ ଅଛି, ପୁଣି ଗୋଟିଏ ତୈଳାଧାରର ଦକ୍ଷିଣ ପାର୍ଶ୍ୱରେ ଓ ଅନ୍ୟ ଗୋଟିଏ ତହିଁର ବାମ ପାର୍ଶ୍ୱରେ।”
4 And I said to the angel who talked with me, "What are these, my lord?" ତହିଁରେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ମୁଁ ତାଙ୍କୁ ଉତ୍ତର କରି କହିଲି, “ହେ ମହାଶୟ, ଏସବୁର ଅର୍ଥ କʼଣ?”
5 Then the angel talking with me said, "Don't you know what these are?" I said, "No, my lord." ସେତେବେଳେ ଯେଉଁ ଦୂତ ମୋʼ ସଙ୍ଗରେ କଥା କହୁଥିଲେ, ସେ ମୋତେ ଉତ୍ତର କରି କହିଲେ, “ଏସବୁର ଅର୍ଥ କଅଣ, ତାହା କି ତୁମ୍ଭେ ଜାଣି ନାହଁ?” ପୁଣି, ତହିଁରେ ମୁଁ କହିଲି, “ହେ ମହାଶୟ, ଜାଣି ନାହିଁ।”
6 He said to me, "This is our Father's word to Zerubbabel: Not by might, nor by power, but by my Spirit, says the Father of heaven's armies. ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏହା ଯିରୁବ୍ବାବିଲ୍‍ଙ୍କ ପ୍ରତି ସଦାପ୍ରଭୁଙ୍କର ବାକ୍ୟ, ଯଥା, ପରାକ୍ରମ ଦ୍ୱାରା ନୁହେଁ, କିଅବା ବଳ ଦ୍ୱାରା ନୁହେଁ, ମାତ୍ର ଆମ୍ଭର ଆତ୍ମା ଦ୍ୱାରା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
7 Who are you, great mountain? Before Zerubbabel you become level ground. He brings out the capstone shouting, "Grace, grace to it!" ହେ ବୃହତ ପର୍ବତ, ତୁମ୍ଭେ କିଏ ଯିରୁବ୍ବାବିଲ୍‍ଙ୍କ ସମ୍ମୁଖରେ ତୁମ୍ଭେ ସମଭୂମି ହେବ ଆଉ, ତହିଁ ପ୍ରତି ଅନୁଗ୍ରହ, ଅନୁଗ୍ରହ, ଏହି ଜୟଧ୍ୱନି କରି ସେ ମସ୍ତକ ସ୍ୱରୂପ ପ୍ରସ୍ତର ବାହାର କରି ଆଣିବ?”
8 Then the word of our Father came to me, saying, ଆହୁରି, ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
9 Zerubbabel's hands laid this house's foundation; his hands will finish it. Then you'll know the Father of heaven's armies sent me to you. “ଯିରୁବ୍ବାବିଲ୍‍ଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
10 Who has despised the day of small things? They will rejoice, seeing the plumb line in Zerubbabel's hand. These seven are the eyes of our Father, ranging over the whole earth." କାରଣ କ୍ଷୁଦ୍ର କ୍ଷୁଦ୍ର ବିଷୟର ଦିନକୁ କିଏ ତୁଚ୍ଛଜ୍ଞାନ କରିଅଛି? ଯେଣୁ ସେମାନେ, ଅର୍ଥାତ୍‍, ସମୁଦାୟ ପୃଥିବୀର ଏଣେତେଣେ ପର୍ଯ୍ୟଟନକାରୀ ସଦାପ୍ରଭୁଙ୍କର ଏହି ସପ୍ତ ଚକ୍ଷୁ ଯିରୁବ୍ବାବିଲ୍‍ଙ୍କ ହସ୍ତରେ ଓଳମ ଦେଖି ଆନନ୍ଦ କରିବେ।”
11 Then I asked him, "What are these two olive trees right and left of the lampstand?" ତେବେ ମୁଁ ଉତ୍ତର କରି ତାଙ୍କୁ କହିଲି, “ଦୀପବୃକ୍ଷର ଦକ୍ଷିଣ ପାର୍ଶ୍ୱରେ ଓ ତହିଁର ବାମ ପାର୍ଶ୍ୱରେ ସ୍ଥିତ ଏହି ଦୁଇ ଜୀତବୃକ୍ଷ କʼଣ?”
12 I asked again, "What are these two olive branches beside the two golden pipes pouring out golden oil?" ପୁଣି, ମୁଁ ଦ୍ୱିତୀୟ ଥର ତାଙ୍କୁ ଉତ୍ତର କରି କହିଲି, “ସୁବର୍ଣ୍ଣମୟ ଯେଉଁ ଦୁଇ ନଳ ଆପଣା ଆପଣା ମଧ୍ୟରୁ ସୁବର୍ଣ୍ଣମୟ ତୈଳ ନିର୍ଗତ କରେ, ତହିଁର ପାର୍ଶ୍ୱରେ ଜୀତବୃକ୍ଷର ଯେଉଁ ଦୁଇ ଶାଖା ଅଛି, ତାହା କʼଣ?”
13 He said to me, "Don't you know what these are?" I said, "No, my lord." ତହିଁରେ ସେ ମୋତେ ଉତ୍ତର କରି କହିଲେ, “ଏସବୁ କଅଣ, ଏହା କି ତୁମ୍ଭେ ଜାଣ ନାହିଁ?” ତହୁଁ ମୁଁ କହିଲି, “ହେ ମହାଶୟ, ଜାଣେ ନାହିଁ।”
14 He said, "These are the two anointed ones standing by the Sovereign of all the earth." ତେବେ ସେ କହିଲେ, “ଏମାନେ ସମୁଦାୟ ଭୂମଣ୍ଡଳର ପ୍ରଭୁଙ୍କ ଛାମୁରେ ଠିଆ ହେବାର ଦୁଇ ତୈଳ ପୁତ୍ର ଅଟନ୍ତି।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]