Skip to content
The Believer's Library

Indian Revised Version(IRV) Odia - 2021

Zechariah 7 IRVOry

Show IRVOry only
Verse × ×
1 In King Darius's fourth year, our Father's word came to Zechariah on the fourth day of the ninth month, Chislev. ପୁଣି, ଦାରୀୟାବସ ରାଜାର ରାଜତ୍ଵର ଚତୁର୍ଥ ବର୍ଷରେ, କିଶ୍ଲେବ୍‍ ନାମକ ନବମ ମାସର ଚତୁର୍ଥ ଦିନରେ ଯିଖରୀୟଙ୍କ ନିକଟରେ ସଦାପ୍ରଭୁଙ୍କର ବାକ୍ୟ ଉପସ୍ଥିତ ହେଲା।
2 The people of Bethel sent Sharezer and Regem-melech and their men to plead for our Father's favor, ସେହି ସମୟରେ ବେଥେଲ୍‍ସ୍ଥ ଲୋକମାନେ ଶରେତ୍ସର, ରେଗମ୍ମେଲକ ଓ ସେମାନଙ୍କର ଲୋକମାନଙ୍କୁ ସଦାପ୍ରଭୁଙ୍କ ନିକଟରେ ବିନତି କରିବା ପାଇଁ ପ୍ରେରଣ କରିଥିଲେ,
3 and to ask the priests of the house of the Father of heaven's armies, and the prophets, "Should I weep and fast in the fifth month, as I have these many years?" ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହର ଯାଜକମାନଙ୍କୁ ଓ ଭବିଷ୍ୟଦ୍‍ବକ୍ତାମାନଙ୍କୁ ଏହି କଥା ପଚାରିଲେ, ସେମାନେ କହିଲେ, “ମୁଁ ଏତେ ବର୍ଷ ଯାଏ ଯେପରି କରି ଆସିଅଛି, ସେପରି ମୁଁ କି ପଞ୍ଚମ ମାସରେ ଆପଣାକୁ ଉପବାସ କରି ବିଳାପ କରିବି?”
4 Then the word of the Father of heaven's armies came to me: ସେତେବେଳେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏହି ବାକ୍ୟ ମୋʼ ନିକଟରେ ଉପସ୍ଥିତ ହେଲା,
5 Say to all the people of the land and the priests: When you fasted and mourned in the fifth and seventh months these seventy years, was it really for me that you fasted? ଦେଶର ସମଗ୍ର ଲୋକଙ୍କୁ ଓ ଯାଜକମାନଙ୍କୁ ଏହି କଥା କୁହ, “ତୁମ୍ଭେମାନେ ଏହି ସତୁରି ବର୍ଷଯାକ, ପଞ୍ଚମ ମାସରେ ଓ ସପ୍ତମ ମାସରେ ଉପବାସ ଓ ବିଳାପ କଲା ବେଳେ ତୁମ୍ଭେମାନେ କି ପ୍ରକୃତରେ ଆମ୍ଭ ଉଦ୍ଦେଶ୍ୟରେ ଉପବାସ କଲ?
6 When you eat and drink, isn't it for yourselves that you eat and drink? ପୁଣି, ତୁମ୍ଭେମାନେ ଭୋଜନ କଲା ବେଳେ ଓ ପାନ କଲା ବେଳେ କି ଆପଣାମାନଙ୍କ ପାଇଁ ଭୋଜନ କରୁ ନାହଁ ଓ ଆପଣାମାନଙ୍କ ପାଇଁ ପାନ କରୁ ନାହଁ?
7 Aren't these the very words our Father proclaimed through the earlier prophets, when Jerusalem and her surrounding towns were settled and at peace, and the Negev and foothills were inhabited? ଯିରୂଶାଲମ ବସତିବିଶିଷ୍ଟ ଓ ସମୃଦ୍ଧ ଅବସ୍ଥାରେ ଥିବା ବେଳେ, ପୁଣି ତହିଁର ଚତୁର୍ଦ୍ଦିଗସ୍ଥ ନଗରସକଳ, ଆଉ ଦକ୍ଷିଣ ଦେଶ ଓ ନିମ୍ନଭୂମି ବସତିବିଶିଷ୍ଟ ଥିବା ବେଳେ ସଦାପ୍ରଭୁ ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣଙ୍କ ଦ୍ୱାରା ଯେଉଁ ସକଳ ବାକ୍ୟ ପ୍ରଚାର କରାଇଅଛନ୍ତି, ତାହା କି ତୁମ୍ଭମାନଙ୍କର ଶୁଣିବାର ଉଚିତ ନୁହେଁ?”
8 And the word of our Father came to Zechariah: ଏଉତ୍ତାରେ ସଦାପ୍ରଭୁଙ୍କର ଏହି ବାକ୍ୟ ଯିଖରୀୟଙ୍କ ନିକଟରେ ଉପସ୍ଥିତ ହେଲା,
9 What the Father of heaven's armies says: Render true justice; show kindness and compassion to one another. “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହିଅଛନ୍ତି, ଯଥାର୍ଥ ବିଚାର କର, ପ୍ରତ୍ୟେକ ଲୋକ, ଆପଣା ଭ୍ରାତା ପ୍ରତି ଦୟା ଓ କରୁଣା ପ୍ରକାଶ କର।
10 Do not oppress the widow, the fatherless, the foreigner, or the poor; and do not plot evil against one another in your hearts. ପୁଣି ବିଧବା, ପିତୃହୀନ, ବିଦେଶୀ ଓ ଦରିଦ୍ରର ପ୍ରତି ଉପଦ୍ରବ କର ନାହିଁ; ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି ମନେ ମନେ ଆପଣା ଭ୍ରାତାର ଅନିଷ୍ଟ ଚିନ୍ତା ନ କରୁ।”
11 But they refused to listen, stubbornly turned their backs, and covered their ears so they wouldn't hear. ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
12 They made their hearts as hard as flint, refusing to hear the law and the words the Father of heaven's armies had sent by his Spirit through the earlier prophets. So great anger came from the Father of heaven's armies. ହଁ, ସେମାନେ ଯେପରି ବ୍ୟବସ୍ଥା ଓ ସୈନ୍ୟାଧିପତି ସଦାପ୍ରଭୁ ଆପଣା ଆତ୍ମା ଦ୍ୱାରା ପୂର୍ବକାଳର ଭବିଷ୍ୟଦ୍‍ବକ୍ତାଗଣର ହସ୍ତରେ ଯେଉଁ ଯେଉଁ ବାକ୍ୟ କହି ପଠାଇଲେ, ତାହା ଯେପରି ନ ଶୁଣିବେ, ଏଥିପାଇଁ ସେମାନେ ଆପଣା ଆପଣା ଅନ୍ତଃକରଣ ହୀରକ ପ୍ରସ୍ତର ତୁଲ୍ୟ କଠିନ କଲେ। ଏଥିସକାଶୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରୁ ମହାକୋପ ଉପସ୍ଥିତ ହେଲା।
13 "Just as I called and they would not listen, so when they called I would not listen," says the Father of heaven's armies. ପୁଣି, ସୈନ୍ୟାଧିପତି ସଦାପ୍ରଭୁ କହିଲେ, “ମୁଁ ଡାକିବା ବେଳେ ସେମାନେ ଯେପରି ଶୁଣିଲେ ନାହିଁ; ତଦନୁସାରେ ସେମାନେ ଡାକିବେ, ମାତ୍ର ଆମ୍ଭେ ଶୁଣିବା ନାହିଁ,
14 I scattered them with a whirlwind among all the nations they had not known. The land was left desolate behind them, with no one passing through, coming or going. This is how they made the pleasant land a wasteland. ମାତ୍ର ଯେଉଁ ଗୋଷ୍ଠୀଗଣକୁ ସେମାନେ ଜାଣି ନାହାନ୍ତି, ସେହି ସମସ୍ତଙ୍କ ମଧ୍ୟରେ ଘୂର୍ଣ୍ଣିବାୟୁ ଦ୍ୱାରା ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା। ଏହି ପ୍ରକାରେ ସେମାନଙ୍କ ଦେଶ ଧ୍ୱଂସର ସ୍ଥାନ ହେଲା, ତହିଁରେ କୌଣସି ମନୁଷ୍ୟ ତହିଁର ମଧ୍ୟଦେଇ ଗମନାଗମନ କଲା ନାହିଁ; କାରଣ ସେମାନେ ସୁନ୍ଦର ଦେଶକୁ ଧ୍ୱଂସର ସ୍ଥାନ କଲେ।”
FHB

Scripture from Father’s Heart Bible™. © 2026 Spirit Media Publishing, the imprint of Spirit Media Inc. All rights reserved. In Divine Voice™ Color, the words spoken by our Father show in blue, the words of the Son in red, and the words of the Spirit in purple.

IRVOry

ORY-IRV Creative Commons License Indian Revised Version (IRV) - Odia (ଇଣ୍ଡିଆନ୍ ରିୱାଇଜ୍ଡ ୱର୍‍ସନ୍ - ଓଡିଆ), 2019 by Bridge Connectivity Solutions Pvt. Ltd. is licensed under a Creative Commons Attribution-ShareAlike 4.0 International License. This resource is published originally on VachanOnline, a premier Scripture Engagement digital platform for Indian and South Asian Languages and made available to users via vachanonline.com website and the companion VachanGo mobile app.
Indian Revised Version(IRV) Odia - 2021 · Creative Commons - Attribution-ShareAlike [CC BY-SA]